October 9, 2025

LOCAL

Untitled-1-315

କାଳିଆ ଯୋଜନାର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ, ରଖିଲେ ଏହି ନାଁ…

ସେହିପରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଛନ୍ତି ସରକାର। ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍ଲେସ ସେବା ମିଳିବ। ସେହିପରି ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ସରକାର ଆସିବା ଦିନରୁ ପୂର୍ବ ସରକାର କରିଥିବା ଯୋଜନା ଗୁଡିକ ବଦଳିବ କି ନାହିଁ ତାହା ଉପରେ ଚର୍ଚ୍ଚା ହୋଉଥିଲା। ଯାହାକୁ ଆଜି ମୋହନ ସରକାର ପରିବର୍ତ୍ତନ କରିଛନ୍ତି।

କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ଯ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। “କାଳିଆ ” ଯୋଜନା ମାଧ୍ୟମରେ ଚାଷୀ ମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରି କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟ ରଖିଛନ୍ତି। “କାଳିଆ ” ( kalia yojana )  ଯୋଜନାର ମୁଖ୍ୟ ଉଦ୍ଦେଶ୍ଯ ହେଉଛି ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା।

ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ଯାନ୍ଯ କାର୍ଯ୍ୟ ନିମନ୍ତେ ୫ ଗୋଟି ଫସଲ ଋତୁରେ ମୋଟ୍ ୨୫୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ। ଏହି ଯୋଜନା ଚଳିତ ୨୦୧୮ -୧୯ ରବି ଋତୁରୁ କାର୍ଯ୍ୟକାରୀ କରାଯାଉଛି।